କୋରାପୁଟ: ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗଲା ୩ ଜୀବନ। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଚନ୍ଦ୍ରପଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ତିନି ଜଣ ଗୁରୁତର ଅଛନ୍ତି। ସମସ୍ତ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି।
ସୂଚନା ଅନୁସାରେ କାର୍ରେ ନୟାଗଡ଼ରୁ ମାଲକାନଗିରି ଯାଉଥିଲେ ୬ ଜଣ। ଏହି ସମୟରେ କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ତେବେ ଏହି ଦୁର୍ଘଟଣାରେ ଦୁଇ ମହିଳାଙ୍କ ସମେତ ଜଣେ ପୁରୁଷଙ୍କର ମୃତ୍ୟୁ ହୋଇଛି।
ଘଟଣା ସମ୍ପର୍କରେ ବୈପାରୀଗୁଡା ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Comments are closed.