Latest Odisha News

BREAKING NEWS

ମେ’ ୨୦ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ!

ଭୁବନେଶ୍ୱର: ଆସନ୍ତା ୨୦ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଖୁବଶୀଘ୍ର ପ୍ଲଟୁ ରେଜଲ୍ଟ ପ୍ରକାଶ କରିବାକୁ ସିଏଚ୍‌ଏସ୍‌ଇ ଲକ୍ଷ୍ୟ ରଖିଛି। ଏହି ପ୍ରକ୍ରିୟା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି। ଆସନ୍ତା ୪ରୁ ୫ ଦିନ ମଧ୍ୟରେ ପରୀକ୍ଷା ଫଳ ପ୍ରକାଶ ପାଇବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, ଯୁକ୍ତ ଦୁଇ ପରୀକ୍ଷା ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ରେ ଶେଷ ହୋଇଥିଲା। ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି। ଗ୍ରୀଷ୍ମ ପ୍ରବାହ ପାଇଁ ଖାତା ଦେଖାରେ ସାମାନ୍ୟ ବିଳମ୍ବ ହୋଇଥିବାରୁ ପରୀକ୍ଷା ଫଳ ପ୍ରକାଶରେ ମଧ୍ୟ ବିଳମ୍ବ ହୋଇଛି ବୋଲି ଜଣେ ଅଧିକାରୀ କହିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ମେ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରିବାକୁ ସିଏଚ୍‌ଏସ୍‌ଇ ଲକ୍ଷ୍ୟ ରଖିଥିଲା।

Comments are closed.