Latest Odisha News

ସବୁ ଯୋଜନାରୁ ବାଦ୍‌ ପଡ଼ିଥିଲେ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ଘର: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ସବୁ ଯୋଜନାରୁ ବାଦ୍‌ ପଡ଼ିଥିଲେ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ଘର। ଏପରି ସୂଚନା ଦେଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୬୦ ହଜାର ଘର ଦିଆଯାଇଛି। ଏବେ ବି ତାଲିକା ପ୍ରସ୍ତୁତି ଚାଲିଛି। ୨ ମାସ ଭିତରେ ଏହି ସବୁ ପ୍ରକ୍ରିୟା ଶେଷ ହବ।

ମୌସୁମୀ ପରେ ଦ୍ବିତୀୟ ପର୍ଯ୍ୟାୟ ଘର ବଣ୍ଟନ ହେବ ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ। ସୂଚନା ଥାଉକି ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ। ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ। ଏଥିପାଇଁ ଅନଲାଇନ ଆବେଦନ କରିପାରିବେ।

ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ମଧ୍ୟ ଆବଦନ କରିହେବ। ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ମୋହନ ସରକାର ବଜେଟ୍‌ରେ ଅନ୍ତ୍ୟୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି। ଦାରିଦ୍ର୍ୟ ସୀମାରେଖା ତଳେ ଥ‌ିବା ପରିବାରକୁ ପକ୍କା ଘର ଯୋଗାଇବାକୁ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ରାଜ୍ୟ ସରକାରଙ୍କ ଏକ ମହତ୍ବ ଯୋଜନା।

Comments are closed.