ପୁରୀ:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି। ଜ୍ୟେଷ୍ଠ ଶୁକ୍ଲ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ପରେ ସନ୍ଧ୍ୟା ୭ଟାରୁ ରାତି ୧୧ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ ।ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ,ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି ।
ବନକଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ, ସେଗୁଡିକ ହେଲା କଳା, ଧଳା, ନାଲି ଓ ହଳଦିଆ । ଏଥିରୁ ଅଧିକାଂଶ ବନଜାତ ଦ୍ରବ୍ୟ । ହିଙ୍ଗୁଳକୁ ହଳଦିଆ ରଙ୍ଗ ଭାବେ ବ୍ୟବହାର କରାଯାଏ । ହରିତାଳ ଲାଲ ରଙ୍ଗ ପାଇଁ ଆବଶ୍ୟକ।
Comments are closed.