Latest Odisha News

ସ୍ନାନପୂର୍ଣ୍ଣିମାରେ ଶୃଙ୍ଖଳିତ ବ୍ୟବସ୍ଥା ଉପରେ ଫୋକସ୍;ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ

ପୁରୀ: ସ୍ନାନ ପୂର୍ଣ୍ଣିମା ଏବଂ ରଥଯାତ୍ରାର ସୁରକ୍ଷା ବ୍ୟବସ୍ଥା ପାଇଁ ଗୁରୁବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରୀୟ ରେଞ୍ଜ ଆଇଜି ଏସ୍ ପ୍ରବୀଣ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ ବ୍ୟବସ୍ଥା ମଧ୍ୟରେ ସମ୍ପନ୍ନ ହେବ ସେନେଇ ଆଲୋଚନା ହୋଇଥିଲା।

ଦେବସ୍ନାନ ପୂର୍ଣ୍ଣିମା ଜୁନ୍ ୧୧ ତାରିଖରେ ପଡ଼ୁଛି। ଏହାକୁ ଦୃଷ୍ଟିରେ ରଖି ବୈଠକରେ ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ପରିଚାଳନା ଉପରେ ଆଲୋଚନା କରାଯାଇଥିଲା। ଦେବସ୍ନାନ ପୂର୍ଣ୍ଣିମା ପାଇଁ ୭୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବ। ୪ ଏସ୍‌ପି ରାଙ୍କ୍ କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ରହିବେ ।

Comments are closed.