ଭୁବନେଶ୍ବର: ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ଆଜିକୁ ମିଶାଇ ଆସନ୍ତା ୩ ଦିନ ପାରଦ ଉପରମୁହାଁ ରହିବ । ପଶ୍ଚିମ ଓଡ଼ିଶା ସମେତ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪୦ ଡିଗ୍ରୀରୁ ଉପରେ ରହିବ ତାପମାତ୍ରା । ଫଳରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ କଲବଲ କରିବ ତାତି ଓ ଗୁଳୁଗୁଳି ।
ସୁନ୍ଦରଗଡ଼, ଦେବଗଡ଼, ନୟାଗଡ଼, ସୋନପୁର ଆଦି ଜିଲ୍ଲାରେ ଆଜି ୪୨ ଡିଗ୍ରି ପାରଦ ପହଞ୍ଚିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳବର୍ତ୍ତି ଜିଲ୍ଲାଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଅନ୍ୟପଟେ ଆଜି ଦକ୍ଷିଣ ଓଡିଶାର ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଘଡଘଡି ଓ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୯ ତାରିଖରେ ରାୟଗଡା, ମାଲକାନଗିରି ଓ କୋରାପୁଟରେ ଘଡଘଡି ସହ ବର୍ଷା ଓ ପବନ ବହିବାର ସମ୍ଭାବନା ରହିଛି ।
Comments are closed.