Latest Odisha News

BREAKING NEWS

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ: ଆଜିଠୁ ବଢିବ ବର୍ଷା, ବିଜୁଳି-ଘଡ଼ଘଡ଼ି ପାଇଁ ୨୧ ଜିଲ୍ଲାକୁ ୟେଲେ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଉପକୂଳ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ଓ ଦକ୍ଷିଣ ପୂର୍ବ ଓ ସଂଲଗ୍ନବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଆଉ ଏକ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି। ପ୍ରଭାବରେ ଆଗାମୀ ୫ ଦିନ ପ୍ରବଳ ବର୍ଷିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆକଳନ କରାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବ ଯୋଗୁଁ ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା।

୧୩ ତାରିଖ ଯାଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୫ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୧ ଜିଲ୍ଲାକୁ ୟେଲେ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ଗଜପତି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟକୁ ଦଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଫଳରେ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଉପକୂଳ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହୁଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇଛି। ଆଗାମୀ ଦିନରେ ପୁଣି ମୌସୁମୀ ସକ୍ରିୟ ହେବାକୁ ଯାଉଛି।

Comments are closed.