ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସନ୍ଧ୍ୟା ୫ଟା ୩୦ମି. ପର୍ଯ୍ୟନ୍ତ କଟକ ସହର ସମେତ ଓଡ଼ିଶାର ୧୧ଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି।
ମଧ୍ୟମ ଧରଣର ଝଡ଼ବର୍ଷା ଏବଂ ବଜ୍ରପାତ ସହ ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ। ଗଜପତି, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଏବଂ କଟକର କିଛି ଅଂଶକୁ ଆଗାମୀ ୩ ଘଣ୍ଟା ମଧ୍ୟରେ ପ୍ରଭାବିତ କରିପାରେ।
ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକମାନଙ୍କୁ ପାଣିପାଗ ଉପରେ ନଜର ରଖିବାକୁ ଏବଂ ସୁରକ୍ଷିତ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।
Comments are closed.