Latest Odisha News

BREAKING NEWS

ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣା; ପରିବାରର ଜଣକୁ ମିଳିବ ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ କିଛି ଦିନ ପୂର୍ବେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି ।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏ ଘଟଣାରେ ଦୋଷୀଙ୍କ ବିରୋଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହାସହିତ ସଂପୃକ୍ତ ଯୁବକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବା ସହିତ ପରିବାରର ଜଣେ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Comments are closed.