Latest Odisha News

BREAKING NEWS

ସରିଆସୁଛି ଛୁଟି, ଆସନ୍ତା ୨୦ ତାରିଖରେ ଖୋଲିବ ସ୍କୁଲ

ଭୁବନେଶ୍ୱର: ସରିବ ଖରାଛୁଟି, ଆସନ୍ତା ୨୦ ତାରିଖରେ ଖୋଲିବ ସ୍କୁଲ । ପୂର୍ବ ପରି ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ ବୋଲି ସୂଚନା ରହିଛି । ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏଁ କ୍ୟାମ୍ପସରେ ଉପସ୍ଥିତ ରହିବେ । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଏପ୍ରିଲ ୨୨ରୁ ସ୍କୁଲ ଛୁଟି କରାଯାଇଥିଲା ।

ତେବେ ସ୍କୁଲ ଖୋଲିବା ପରେ ପିଲାଙ୍କ ପାଠପଢ଼ା ଯେପରି ସ୍ବାଭାବିକ ହେବ ଓ ୨୦୨୫-୨୬ ଶିକ୍ଷାବର୍ଷ ଠିକ୍‌ ଭାବେ ପରିଚାଳିତ ହୋଇପାରିବ ସେନେଇ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ/ପ୍ରଧାନଶିକ୍ଷକଙ୍କ ଉପରେ ଅଧିକ ଦାୟିତ୍ୱ ନ୍ୟସ୍ତ କରାଯାଇଛି ।

ସେହିପରି ଶିକ୍ଷକ, ଶିକ୍ଷୟିତ୍ରୀ, ଅଫିସ କର୍ମଚାରୀ, ସଫେଇ କର୍ମଚାରୀ, ରୋଷେୟା ଜୁନ୍‌ ୧୯ରୁ ବିଦ୍ୟାଳୟରେ ଯୋଗଦେବାକୁ ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଚିଠି କରାଯାଇଛି । ସେମାନେ ବିଦ୍ୟାଳୟରେ ଯୋଗଦେଇ କ୍ଲାସରୁମ୍‌ ଏବଂ ବିଦ୍ୟାଳୟ ପରିସର ସଫା କରିବେ । ଶ୍ରେଣୀଗୃହଠାରୁ ଆରମ୍ଭ କରି ଶୌଚାଳୟ ପରିଷ୍କାର କରିବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ଦ୍ଦେଶ ଅନୁଯାୟୀ, ଶ୍ରେଣୀ ଗୃହ, କ୍ୟାମ୍ପସକୁ ସଫା କରାଯିବ । ଅନାବନା ଘାସ କଟାଯିବା ସହ ପାଣି ଟାଙ୍କି ସଫା କରାଯିବ। ଶ୍ରେଣୀ ଗୃହରେ ଥିବା ସମସ୍ତ ଫର୍ଣ୍ଣିଚରକୁ ସଫା କରି ପିଲାଙ୍କ ବସିବା ପାଇଁ ଉପଯୋଗୀ କରାଯିବ।

ରୋଷେଇ ଶାଳ, ବାସନ, ଗ୍ୟାସ୍ ଷ୍ଟୋଭ୍ ସବୁକୁ ମଧ୍ୟ ସଫା କରାଯିବ । ମଧ୍ୟାହ୍ନ ଭୋଜନ ପାଇଁ ଥିବା ରୋଷେଇ ସାମଗ୍ରୀ ଓ ଏକ୍ସପ୍ଯାରୀ ତାରିଖକୁ ଯାଞ୍ଚ କରାଯିବ । ସ୍ମାର୍ଟ କ୍ଳାସ ରୁମ୍, ଇ-ଲାଇବ୍ରେରୀକୁ ବ୍ୟବହାର ପାଇଁ ପ୍ରସ୍ତୁତ କରାଯିବ । ସ୍କୁଲ ଖୋଲିବାର ଏକ ସପ୍ତାହ ସୁଦ୍ଧା ଇଣ୍ଟରନେଟ୍ ସଂଯୋଗକୁ ନିଶ୍ଚିତ କରାଯିବ । ପାନୀୟ ଜଳ ଯୋଗାଣକୁ ଗୁରୁତ୍ବ ଦିଆଯିବ ।

Comments are closed.