ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ଲଜ୍ଜା। ଗୋପାଳପୁର ବେଳାଭୂମିରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ଆସିଛି।
ଖବରମୁତାବକ, ବ୍ରହ୍ମପୁରର ଏକ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଥିବା ଜଣେ ଯୁବତୀ ଅପରାହ୍ନରେ ନିଜ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବୁଲିବାକୁ ଯାଇଥିଲେ । ସନ୍ଧ୍ୟାବେଳେ କିଛି ଯୁବକ ଉଭୟଙ୍କୁ ନିଛାଟିଆ ସ୍ଥାନରେ ବସିଥିବା ଦେଖି ଅସଦାଚରଣ କରିଥିଲେ। ଆଉ ଏହା ପରେ ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ କରିଛନ୍ତି ପୀଡ଼ିତା ଜଣକ।
ଏନେଇ ଯୁବତୀ ଏବଂ ପୁରୁଷ ବନ୍ଧୁ ଗୋପାଳପୁର ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇବା ସହ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଘଟଣାରେ ସମ୍ପୃକ୍ତ ୬/୭ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି। ଗତକାଲି ସନ୍ଧ୍ୟା ସମୟରେ ଗଣଦୁଷ୍କର୍ମ ହୋଇଥିବା ବ୍ରହ୍ମପୁର ଏସପି ସୂଚନା ଦେଇଛନ୍ତି।
ପୋଲିସ ଯୁବତୀଙ୍କ ଡାକ୍ତରୀ ମାଇନା ପାଇ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଥିବା ସୂଚନା ମିଳିଛି।
Comments are closed.