ଗୋପାଳପୁର: ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୧୦ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ।
ଗତକାଲି ୭ ଯୁବକଙ୍କୁ ଅଟକ ରଖାଯାଇଥିଲା ବେଳେ ବାକି ୩ ଜଣଙ୍କୁ ଗୋପାଳପୁର ପୋଲିସ ଧରିଛି। ସେମାନେ ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିଲେ। ଅପରପକ୍ଷରେ ଆଜି ଘଟଣାସ୍ଥଳକୁ ଯାଇ ପୋଲିସ ଛାନ୍ଭିନ୍ କରିବ ବୋଲି ଜଣାପଡିଛି।
ଉଲ୍ଲେଖଯୋଗ୍ୟ, ବ୍ରହ୍ମପୁରର ଏକ ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଥିବା ଜଣେ ଯୁବତୀ ଗତକାଲି ଅପରାହ୍ନରେ ନିଜ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବୁଲିବାକୁ ଯାଇଥିଲେ। ସନ୍ଧ୍ୟାବେଳେ କିଛି ଯୁବକ ଉଭୟଙ୍କୁ ନିଛାଟିଆ ସ୍ଥାନରେ ବସିଥିବା ଦେଖି ଅସଦାଚରଣ କରିଥିଲେ। ଆଉ ଏହା ପରେ ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣଦୁଷ୍କର୍ମ କରିଥିଲେ। ଏନେଇ ଯୁବତୀ ଏବଂ ପୁରୁଷ ବନ୍ଧୁ ଗୋପାଳପୁର ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇବା ସହ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଘଟଣାରେ ସମ୍ପୃକ୍ତ ଯୁବକମାନଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିଥିଲା।
Comments are closed.