Latest Odisha News

BREAKING NEWS

ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର, ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମଡି ମଙ୍ଗଳବାର ଦିନ କହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଯାହାଫଳରେ ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରତିକୂଳ ପାଗ ପାଇଁ ୧୭ରୁ ୧୯ ତାରିଖ ୩ଦିନ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟବିଭାଗ ପକ୍ଷରୁ ଏହି କଟକଣା ଜାରି କରାଯାଇଥିବା କଥା ଚନ୍ଦନେଶ୍ୱର ସହକାରୀ ମତ୍ସ୍ୟ ଅଧିକାରୀ(ସାମୁଦ୍ରିକ ସମ୍ପ୍ରସାରଣ) ଅନନ୍ତ କୁମାର ଜେନା ଏହି ସୂଚନା ଦେଇଛନ୍ତି।

ବିବରଣୀରୁ ପ୍ରକାଶ, ୨ମାସର କଟକଣା ହଟିବାର ୨ଦିନ ନବିତୁଣୁ ପୁଣି ସମୁଦ୍ରରୁ ମାଛ ଧରାକୁ ନେଇ ବାରଣ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଏବଂ ଓଡ଼ିଶା ସରକାରଙ୍କ ମତ୍ସ୍ୟ ବିଭାଗର ନିର୍ଦ୍ଦେଶ କ୍ରମେ ସମସ୍ତ ଡଙ୍ଗା ମାଲିକ, ମତ୍ସ୍ୟଜୀବୀ କମିଟିର କର୍ମକର୍ତ୍ତାଙ୍କୁ ଏହି ସୂଚନା ଦିଆଯାଇଛି। ଏହି ଅବସରରେ ସୋମବାର ଭୋଗରାଇର ପ୍ରମୁଖ ମତ୍ସ୍ୟ ଅବତରଣ କେନ୍ଦ୍ର ଉଦୟପୁର, ତାଳସାରୀ, ରଣସିଂହପୁର ଓ କୀର୍ତ୍ତନିଆରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ଏହି ସତର୍କ ସୂଚନା ଦିଆଯାଇଛି।

Comments are closed.