Latest Odisha News

ଡାଇରିଆ ରୋଗୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭଦ୍ରକ: ଆଜି ଭଦ୍ରକ ଜିଲ୍ଲା ଗସ୍ତ କରି ମୁଖ୍ୟ ଡାକ୍ତରଖାନାରେ ଡାଇରିଆରେ ପୀଡିତ ରୋଗୀମାନଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ସମୟରେ ସେ ରୋଗୀମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି । ରୋଗୀଙ୍କୁ ଚିକିତ୍ସା ଠିକ ଭାବରେ କରାଯାଉଛି କି ନାହିଁ ସେ ବିଷୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ସୁଧୀର ରଞ୍ଜନ ଦାସଙ୍କ ସହ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ।

ତେବେ ଭଦ୍ରକର ନେହେରୁ ଷ୍ଟାଡିୟମ୍ ଠାରେ ଭଦ୍ରକର ଜିଲ୍ଲାସ୍ତରୀୟ ବିକାଶ ମେଳା ଓ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ମେଳାର ମୁଖ୍ୟ ଅତିଥି ଭାବରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇ ଦେଇଥିଲେ । ଏହାପରେ ସେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଡାଇରିଆ ରୋଗୀଙ୍କୁ ଭେଟିବା ପାଇଁ ଯାଇଥିଲେ ।

ଶ୍ରୀମତୀ ପରିଡ଼ାଙ୍କ ସହ ଏହି ଅବସରରେ ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ଭଦ୍ରକ ଏସପି ମନୋଜ ରାଉତ, ବିଜେପି ଜିଲ୍ଲା ସଭାପତି ଭଗବାନ ପଣ୍ଡା ପ୍ରମୁଖ ଯୋଗଦେଇଥିଲେ ।

Comments are closed.