ଭୁବନେଶ୍ୱର: ଜୁନ୍ ୨୭ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ନେଇ ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ଏହି ଲଘୁଚାପ ସୃଷ୍ଟିର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପ୍ରଭାବରେ ୨୬ ରୁ ପ୍ରବଳ ବର୍ଷା ହୋଇପାରେ।
୨୬ରୁ ୨ ତାରିଖ ଯାଏ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ବିସ୍ତାରିତ ଆକଳନ କରି ଏହି ସୂଚନା ଜାରି କରିଛି। ଦେଶର ଉତ୍ତର ପୂର୍ବ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ଦୁଇ ଦିନରେ ଦୁର୍ବଳ ହୋଇଯିବ। ତେବେ ୧୯ରୁ ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨୫ ତାରିଖ ଯାଏ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି। ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ୨୦ ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ। ୨୧ ଓ ୨୨ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ ବର୍ଷା ସମ୍ଭାବନା ଅଛି। ଅନ୍ୟପଟେ ୨୬ ତାରିଖ ସୁଦ୍ଧା ମୌସୁମୀ ଦେଶର ସବୁ ସ୍ଥାନକୁ ଅଗ୍ରସର ହୋଇଯିବ ବୋଲି ବିସ୍ତାରିତ ଆକଳନରେ କୁହାଯାଇଛି।
Comments are closed.