Latest Odisha News

BREAKING NEWS

ରାଜ୍ୟରକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମୀକ୍ଷା, ୩୮୭ ଡାକ୍ତର ଓ ପାରାମେଡିକାଲ୍ ଷ୍ଟାଫ ନିଯୁକ୍ତ

ଭୁବନେଶ୍ୱର: ରାଜ୍ୟର ଡାଇରିଆ ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସମୀକ୍ଷା। ଡାଇରିଆ ସ୍ଥିତିକୁ ଗୁରୁତର ସହ ନେଉଛନ୍ତି ସରକାର। ନିୟନ୍ତ୍ରଣରେ ରଖିବା ପାଇଁ ଲୋକଙ୍କୁ କରାଯାଇଛି ସଚେତନ। ରଥଯାତ୍ରା ସମୟରେ ଯେମିତି ପୁରୀକୁ ଡାଇରିଆ ନବ୍ୟାପିବ ତାକୁ ଗୁରୁତ୍ବ ଦିଆଯାଇଛି।

ସେହିପରି ୩୮୭ ଡାକ୍ତର ଓ ପାରାମେଡିକାଲ୍ ଷ୍ଟାଫ ନିଯୁକ୍ତ କରାଯାଇଛି। ଫାଷ୍ଟ ଏଡ୍ ସେଣ୍ଟର ଓ ଆମ୍ବୁଲାନ୍ସ ବ୍ୟବସ୍ଥା ମଧ୍ୟ କରାଯାଇଛି। ଶ୍ରଦ୍ଧାଳୁଙ୍କୁ ଆର୍‌ଓ ପାଣି ଦେବାକୁ ବ୍ୟବସ୍ଥା ହୋଇଛି। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।

ଅନ୍ୟପଟେ ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଡାଇରିଆ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। ଜନଜୀବନ ସ୍ୱାଭାବିକ ସ୍ଥିତିକୁ ଫେରୁଛି। ବିଭିନ୍ନ ବିଭାଗର ସମନ୍ୱିତ ପ୍ରୟାସ ଯୋଗୁଁ ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି। ପରିସ୍ଥିତି ଯେପରି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିବ, ସେଥିପାଇଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ମେଡିକାଲ କଲେଜ ଯାଏଁ ଚିକିତ୍ସା ସେବାକୁ ବର୍ତ୍ତମାନ ପରି ସମନ୍ୱିତ ଭାବରେ କାର୍ଯ୍ୟକ୍ଷମ ରଖିବା ଲାଗି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ରାଜ୍ୟର ୬ଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖା ଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ନେଇ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଗତକାଲି ଲୋକସେବା ଭବନରେ ସମୀକ୍ଷା କରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣାଧୀନ ଓ ନୂତନ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି।

Comments are closed.