ଭୁବନେଶ୍ୱର: ମୁମ୍ବାଇର କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତାମାନେ।
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ, ବିଜେଡିର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ, ପୂର୍ବତନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଜେଡିର ବରିଷ୍ଠ ନେତା ସଂଜୟ କୁମାର ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ସାଂସଦ ମାନସ ମଙ୍ଗରାଜ, ବିଧାୟକ ସଂଜୀବ ମଲ୍ଲିକ, ସୁଶାନ୍ତ ରାଉତ, ବିଶ୍ୱ ରଂଜନ ମଲ୍ଲିକ, ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ପ୍ରମୁଖ ଭେଟିଥିଲେ।
ନବୀନଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକ ଓ ଚିକିତ୍ସା କରୁଥିବା ଡାକ୍ତର ଟିମ୍ ସହିତ ମଧ୍ୟ ଭେଟି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ଆଲୋଚନା କରିଥିଲେ। ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଖୁବଶୀଘ୍ର ନବୀନ ପଟ୍ଟନାୟକ ସଂପୂର୍ଣ୍ଣ ସୁସ୍ଥ ହୋଇ ଓଡିଶାକୁ ଜୁଲାଇ ପ୍ରଥମ ସପ୍ତାହରେ ଫେରିବେ ବୋଲି ଦଳର ଉପସଭାପତି ତଥା ରାଜନୈତିକ ବ୍ୟାପାର କମିଟିର ସଦସ୍ୟ ସଂଜୟ କୁମାର ଦାସବର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
Comments are closed.