ଭୁବନେଶ୍ୱର: ଓଡ଼ିଶାର ପ୍ରାୟ ୧୨ଟି ଜିଲ୍ଲାରେ ଘଡ଼ଘଡ଼ି ଏବଂ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।
ଭୁବନେଶ୍ୱର ଏବଂ କଟକ ସହର ପାଇଁ ମଧ୍ୟ ଅରେଞ୍ଜ ସତର୍କତା ଜାରି କରାଯାଇଛି। ଆଇଏମଡିର ବିଜ୍ଞପ୍ତି ଅନୁସାରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଖୋର୍ଦ୍ଧା (ଭୁବନେଶ୍ୱର ସମେତ), କଟକ, ନୂଆପଡ଼ା, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ଅନୁଗୁଳ, ବରଗଡ଼ ଏବଂ ସୁନ୍ଦରଗଡ଼କୁ ଅରେଞ୍ଜ ସତର୍କତା ଜାରି କରାଯାଇଛି।
ତେବେ ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ଏହି ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଏବଂ ବଜ୍ରପାତ ହୋଇପାରେ। ବଜ୍ରପାତରୁ ସୁରକ୍ଷିତ ରହିବା ପାଇଁ ଲୋକଙ୍କୁ ପାଣିପାଗ ସ୍ଥିତି ଉପରେ ନଜର ରଖିବାକୁ ଏବଂ ସେହି ଅନୁସାରେ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି।
Comments are closed.