Latest Odisha News

BREAKING NEWS

ପୁରୀ ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବଢ଼ିଲା ସୁରକ୍ଷା

ଭୁବନେଶ୍ୱର:ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଆଜି ଏକ ବଡ଼ଧରଣର ଅଘଟଣ ଘଟିଛି। ଠେଲାପେଲାରେ ଗୁଣ୍ଡିଚା ମନ୍ଦରି ସମ୍ମୁଖରେ ୩ ଭକ୍ତଙ୍କ ମୃତ୍ୟୁ ଘଟିଛି ଓ ଅନେକ ଭକ୍ତ ଆହତ ହୋଇଛନ୍ତି । ଏହି ଅଘଟଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କୌଣସି ଅଘଟଣ ନ ହେଉ ସେଥିପାଇଁ ସୁରକ୍ଷା କଡ଼ାକଡ଼ି କରାଯାଇଛି।

ତେବେ ଏହି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରୁଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା।

ସୂଚନାଥାଉକି, ଏହି ଅଘଟଣ ପରେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି କ୍ଷମା ମାଗିଛନ୍ତି ମୁଖ୍ୟମନ୍ତ୍ରୀ । ଏ ଘଟଣାରେ ମୁଁ ଓ ମୋ ସରକାର କ୍ଷମା ମାଗୁଛୁ ବୋଲି କହିଛନ୍ତି ମୋହନ ମାଝୀ । ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ନେଇ କହିଲେ ମୁଖ୍ୟମନ୍ତ୍ରୀ ।

ଏଥିସହ ପୁରୀ ଦଳାଚକଟା ଘଟଣାରେ ବଡ କାର୍ଯ୍ୟନୁଷ୍ଠାନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଦଳଚକଟାରେ ଅବହେଳା ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଆଉ ପୁରୀ ଏସପି । ନୂତନ ଜିଲାପାଳ ଭାବେ ଚଞ୍ଚଲ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ୍‌ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି।

 

Comments are closed.