ପୁରୀ: ଆଜି ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଆଜି ଆଷାଢ ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ଥିବାରୁ ଶ୍ରୀ ବିଗ୍ରହଙ୍କ ବନକଲାଗି କରାଯିବ। ରାତି ୯ ଟାରୁ ରାତି ୨ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସେପଟେ ଶ୍ରୀମନ୍ଦିର ଛାଡ଼ି ଗୁଣ୍ଡିଚା ମନ୍ଦିରରେ ପହଂଚିଛନ୍ତି ମହାପ୍ରଭୁ। ଫଳରେ ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ଭକ୍ତଙ୍କ ଭିଡ ମଧ୍ୟ ବଢ଼ିବାରେ ଲାଗିଛି।
ତେବେ ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ,ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି ।
ବନକଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ, ସେଗୁଡିକ ହେଲା କଳା, ଧଳା, ନାଲି ଓ ହଳଦିଆ । ଏଥିରୁ ଅଧିକାଂଶ ବନଜାତ ଦ୍ରବ୍ୟ । ହିଙ୍ଗୁଳକୁ ହଳଦିଆ ରଙ୍ଗ ଭାବେ ବ୍ୟବହାର କରାଯାଏ । ହରିତାଳ ଲାଲ ରଙ୍ଗ ପାଇଁ ଆବଶ୍ୟକ।
Comments are closed.