Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଯୁଗ୍ମ ନିର୍ଦ୍ଦେଶକ, ଏକକାଳୀନ ୮ଟି ସ୍ଥାନରେ ଚଢଉ

ଭୁବନେଶ୍ୱର: ରାୟଗଡା ଓ କୋରାପୁଟ ଜଳ ବିଭାଜିକା ମିଶନର ପୂର୍ବତନ ପିଡି ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ରେଡ୍। ବର୍ତ୍ତମାନ ସେ ଓଡିଶାର ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶର ଯୁଗ୍ମ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ। ତେବେ ଦୟାନିଧିଙ୍କର ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢାଉ କରିଛି। ଭୁବନେଶ୍ବର, କଳାହାଣ୍ଡି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ଚାଲିଛି ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରାଯାଇଛି।

ଚଢାଉ ଚାଲିଥିବା ସ୍ଥାନଗୁଡିକ ମଧ୍ୟରେ ରହିଛି କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅଧୀନ କୁପାଗାଁ ଗ୍ରାମରେ ଦୟାନିଧି ବାଗଙ୍କ ବାସଭବନ, ଧର୍ମଗଡ଼ ଥାନା ଅଧୀନ ବିକ୍ରମଗୁଡ଼ାରେ ତାଙ୍କ ଶ୍ୱଶୁର ଘର, ଭୁବନେଶ୍ୱର ଗୋଠପାଟଣାସ୍ଥିତ ମହାନଦୀ ଆପାର୍ଟମେଣ୍ଟରେ ବାଗଙ୍କ ଫ୍ଲାଟ (ଫ୍ଲାଟ ନଂ. ୧-ଡି)। ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ତାଙ୍କ ଏଲଆଇଜି ଘର (ନଂ. ଏଲଆଇଜି ୧୦/୬), ଭୁବନେଶ୍ୱରସ୍ଥିତ ମୃତ୍ତିକା ସଂରକ୍ଷଣ ଓ ଜଳସମ୍ପଦ ବିକାଶ ନିର୍ଦ୍ଦେଶାଳୟରେ ବାଗଙ୍କ ଅଫିସ ଚାମ୍ବର।

ସେହିପରି ନବରଙ୍ଗପୁର ଜିଲ୍ଲା, ମାଝିଗୁଡ଼ା ଛକ ନିକଟ ପଡ଼ାଲଗୁଡ଼ାସ୍ଥିତ ଏକ ନିର୍ମାଣାଧୀନ ବିଲଡିଂ। ନବରଙ୍ଗପୁର ଜିଲ୍ଲା, ଚୁଟିଆଗୁଡ଼ା ମୌଜା ନିକଟ ଚୁଟିଆଗୁଡ଼ା ଛକରେ ଦୟାନିଧି ବାଗଙ୍କ ପତ୍ନୀଙ୍କ ନାମରେ ଥିବା ଏକ ବିଲଡିଂ। ଚୁଟିଆଗୁଡ଼ା ମୌଜା ନିକଟ ଚୁଟିଆଗୁଡ଼ା ଛକରେ ବାଗଙ୍କ ପତ୍ନୀଙ୍କ ନାମରେ ଥିବା ଅନ୍ୟ ଏକ ବିଲ୍ଡିଂରେ ଚାଲିଛି ଚଢଉ।

Comments are closed.