ଟିଟିଲାଗଡ: ଭିଜିଲାନ୍ସ ଜାଲରେ ଟିଟିଲାଗଡ ପୂର୍ତ୍ତ ବିଭାଗ ଏଇଇ। ଏଇଇ ଦିଲେଶ୍ୱର ମାଝୀଙ୍କ ଘରେ ଚଢ଼ଉ ଚାଲିଛି। ଟିଟିଲାଗଡ ଅଫିସ ଏବଂ ଘର ସହ ୬ ଟି ସ୍ଥାନରେ ଚଢ଼ଉ ଚାଲିଛି । ଟିଟିଲାଗଡ, ସମ୍ବଲପୁର, ଝାରସୁଗୁଡ଼ା ଏବଂ ପୈତୃକ ଗାଁରେ ଚଢ଼ଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଦିଲେଶ୍ୱର ମାଝୀଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ ।
ଏହି ରେଡ୍ରେ ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୨ ଜଣ ଏଏସଆଇ ଏବଂ ଅନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ସମ୍ବଲପୁର, ଝାରସୁଗୁଡ଼ା ଏବଂ ବଲାଙ୍ଗୀର ଜିଲ୍ଲାର ମୋଟ ୬ଟି ସ୍ଥାନରେ ଏକକାଳୀନ ଚଢାଉ ହେଉଛି । ଟିଟିଲାଗଡ଼ ଘରୁ ୪୩ ହଜାର ଟଙ୍କା, ସମ୍ବଲପୁର ଘରୁ ନଗଦ ୬ ଲକ୍ଷ ମିଳିଥିବା ସୂଚନା।
ସମ୍ୱଲପୁର ଟାଉନ ସ୍ଥିତ ଏକ ଦ୍ୱିମହଲା ଘର, ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ୟୁନିଟ୍ ରେ ଥିବା ଆଉ ଏକ ଦ୍ୱିମହଲା ଘର, ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ସ୍ଥିତ ଏକ ମାର୍କେଟ୍ କମ୍ପ୍ଲେକ୍ସ, ଝାରସୁଗୁଡ଼ାରେ ଥିବା ଦୁଇଟି ହାଉସିଂ ବୋର୍ଡ ଘର, ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ଆର ଆଣ୍ଡ ବି ସବ-ଡିଭିଜନ କାର୍ଯ୍ୟାଳୟରେ ଥିବା ଅଫିସ ଚାମ୍ବର, ବଲାଙ୍ଗୀର ଟିଟଲାଗଡ଼ରେ ଥିବା ସରକାରୀ କ୍ୱାର୍ଟର ଘରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ଟିମ୍ ।
Comments are closed.