Latest Odisha News

BREAKING NEWS

ଜଗା ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ହଟିଲା ଓଏଏସ ସଂଘ

ଭୁବନେଶ୍ୱର: ଜଗା ପ୍ରଧାନ ଗିରଫ ପରେ ଆନ୍ଦୋଳନରୁ ହଟିଲା OAS ସଂଘ। ଆଜିଠାରୁ କାମରେ ଯୋଗ ଦେବେ ଓଏଏସ ଅଧିକାରୀ। ସୂଚନା ଦେଲେ OAS ସଂଘ ସଭାପତି ଜ୍ୟୋତିରଂଜନ ମିଶ୍ର। ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗତ ୩ ଦିନ ହେଲା ଆନ୍ଦୋଳନ କରୁଥିଲା ସଂଘ। ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା। ରାଜ୍ୟ ସରକାରଙ୍କ ଉପରେ ଭରସା ଥିଲା ବୋଲି ସଂଘ କହିଛି।

ସୂଚନାଯୋଗ୍ୟ, ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ବିଏମସି କାର୍ଯ୍ୟାଳୟ ଭିତରେ ୫ରୁ ୬ ଦୁର୍ବୃତ୍ତ ମାଡ଼ ମାରିବା ସହ ଘୋଷାଡ଼ି ଘୋଷାଡ଼ି ନେଉଥିବାର ବିଚଳିତ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା। ଏହି ଘଟଣାରେ କମିଶନରେଟ୍ ପୋଲିସ ୫ ଜଣଙ୍କୁ ଗିରଫ କରିଛି ।

ସମସ୍ତ ଅଭିଯୁକ୍ତ ବିଜେପିର ହୋଇଥିବାବେଳେ ଦଳ ସମସ୍ତଙ୍କୁ ପ୍ରାଥମିକ ସଦସ୍ୟରୁ ନିଲମ୍ବନ କରିଛି। ସେପଟେ ଏହି ଘଟଣାକୁ ନେଇ ବିରୋଧୀ ବିଜେପିକୁ ଟାର୍ଗେଟ କରିଥିବାବେଳେ ଓଏଏସ ସଂଘ ଏହାର ପ୍ରତିବାଦରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା। ଆଉ କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲା।

Comments are closed.