Latest Odisha News

BREAKING NEWS

ପୁଣି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ; ଏକମାତ୍ର ପ୍ରାର୍ଥୀ ଭାବେ କଲେ ନାମାଙ୍କନ ଦାଖଲ !

ଭୁବନେଶ୍ବର: ସମସ୍ତ କଳ୍ପନା ଜଳ୍ପନାର ଘଟିଲା ଅନ୍ତ । ରାଜ୍ୟ ବିଜେପି ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଲେ ମନମୋହନ ସାମଲ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ । ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ କେବଳ ବିଧିବଦ୍ଧ ଘୋଷଣା ବାକି । ନିର୍ଦ୍ଧାରିତ ସମୟ ଭିତରେ ଆଉ କେହି ନାମାଙ୍କନ ଭରି ନ ଥିବାରୁ ସେ ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି ।

ମଙ୍ଗଳବାର ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବ । ଆସନ୍ତା ୩ ବର୍ଷ ପାଇଁ ମନମୋହନ ସାମଲଙ୍କ କାର୍ଯ୍ୟକାଳ ରହିବ । ଏବେ ସେ ସଭାପତି ହେବାପରେ ଅଟକି ରହିଥିବା ବିଜେପିର ସାଙ୍ଗଠନିକ କାର୍ଯ୍ୟ ଆଗକୁ ବଢିବ ବୋଲି ଚର୍ଚ୍ଚା ହେଉଛି । ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ସହିତ ବିଭିନ୍ନ ରାଜନୈତିକ ନିଯୁକ୍ତି ମଧ୍ୟ ତ୍ୱରାନ୍ୱିତ ହେବ । ଆଗରୁ ମଧ୍ୟ ସେ ବିଜେପି ରାଜ୍ୟ ସଭାପତି ସମେତ ରାଜ୍ୟସଭା ସାଂସଦ ରହିସାରିଛନ୍ତି ।

Comments are closed.