ଭୁବନେଶ୍ବର: ଆଗାମୀ ୩ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷିବ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ରେଡ୍, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେପଟେ ଭାରତୀୟ ପାଣିପାଗ ବିଭାଗ ଆଜି ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ ଜାରି କରିଛି ଏବଂ ଆଗାମୀ ସାତ ଦିନ ପାଇଁ ସତର୍କତା ଜାରି କରିଛି।
ଆଜି ନୂଆପଡା, ବରଗଡ଼ ଏବଂ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ଝଡ଼ବର୍ଷା ସହିତ ବଜ୍ରପାତ ହେବା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି । ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ପବନ ବେଗ ରହିପାରେ ।
ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ଅଛି ଏବଂ ପବନର ବେଗ ୩୦-୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ଅଛି । ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପୃଷ୍ଠ ପବନର ବେଗ ୩୦-୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ।
ସେହିପରି ୯ ତାରିଖରେ ବରଗଡ଼, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ଅଛି ଏବଂ ପୃଷ୍ଠ ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହୋଇପାରେ। ଏହିସବୁ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର, ବୌଦ୍ଧ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହୋଇପାରେ।
୧୦ ତାରିଖ ଦିନ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ। ଏହିବସୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ତେବେ ଜୁଲାଇ ୧୧ ଏବଂ ୧୨ ତାରିଖରେ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Comments are closed.