Latest Odisha News

ଜୁଲାଇ ୧୫ ଯାଏଁ ବର୍ଷାରୁ ନାହିଁ ନିସ୍ତାର

ଭୁବନେଶ୍ୱର: ଜୁଲାଇ ୧୫ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ଜାରି ରହିପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ସୂଚନା ଦେଇଛି।

ଗୁରୁବାର (୧୦ ଜୁଲାଇ) ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା/ବଜ୍ରପାତ ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ସଂସ୍ଥା ସତର୍କ ସୂଚନା ଜାରି କରିଛି। ଏଥି ସହିତ କେନ୍ଦୁଝର, ମୟୂରଭଞ୍ଜ, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୋନପୁର, ବରଗଡ ଏବଂ ବାଲାଙ୍ଗୀରରେ ମଧ୍ୟ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହୋଇପାରେ।

ଯଦିଓ ଆଗାମୀ ୨ ଦିନ ପାଇଁ ପ୍ରବଳ ବର୍ଷା କୌଣସି ସତର୍କତା ନାହିଁ। ଜୁଲାଇ ୧୧ରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଏବଂ ଜୁଲାଇ ୧୨ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ସେହିପରି ଜୁଲାଇ ୧୩ରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପୁଣି ପ୍ରବଳ ବର୍ଷା ହୋଇପାରେ। ଝଡ଼ବର୍ଷା ସହିତ ବଜ୍ରପାତ ନେଇ ହଳଦିଆ ସତର୍କତା ମଧ୍ୟ ରହିଛି। କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ବାଲାଙ୍ଗୀର, ବରଗଡ, ନୁଆପଡା, ଝାରସୁଗୁଡା, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଗଞ୍ଜାମରେ ପବନର ବେଗ ୩୦-୪୦ କିଲୋମିଟରରେ ପହଞ୍ଚିବ।

ଜୁଲାଇ ୧୪ରେ ଘଡଘଡି ସହିତ ବର୍ଷା ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବ। ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି – କୋରାପୁଟ, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ବାଲାଙ୍ଗୀର, ବରଗଡ, ନୁଆପଡା, ଝା ଲରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ ଏବଂ ଗଜପତି।

ସେହିପରି ଜୁଲାଇ ୧୫ରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିପାରେ।

 

Comments are closed.