Latest Odisha News

BREAKING NEWS

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଆଜି ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗରରୁ ଦକ୍ଷିଣ ପୂର୍ବ ଆଡକୁ ଟ୍ରପ ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ଆସନ୍ତା ୧୩ ତାରିଖରୁ ଅଧିକ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଶନିବାର ତଥା ଆଜି ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା ଓ କୋରାପୁଟରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି, ୧୩ ତାରିଖ ରବିବାର ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଅଧିକ ବର୍ଷା ସମ୍ଭାବନା ରହିଥିବାବାବେଳେ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।

ସେହିପରି, ୧୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ସମେତ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୫ ତାରିଖରେ ମୟୂରଭଞ୍ଜରେ ଅଧିକ ବର୍ଷା ସମ୍ଭାବନା ରହିଛି ।

Comments are closed.