Latest Odisha News

BREAKING NEWS

ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ବୁଧବାର ବାଲେଶ୍ୱର ବନ୍ଦ ଡାକରା ଦେଲା ବିଜେଡି

ଭୁବନେଶ୍ୱର: ଏଫ୍ଏମ୍ ସ୍ୱୟଂଶାସିତ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ଦାବିରେ ଆସନ୍ତାକାଲି (ବୁଧବାର) ସମଗ୍ର ବାଲେଶ୍ୱର ଜିଲ୍ଲାରେ ବିଜୁ ଜନତା ଦଳ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର ଏକ ପ୍ରେସ୍ ବିବୃତିରେ ସୂଚନା ଦେଇଛନ୍ତି।

ଏହି ବନ୍ଦ ସକାଳ ୬ଟାରୁ ଆରମ୍ଭ ହୋଇ ଦିନ ୨ ଘଟିକା ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ବନ୍ଦ ସମୟରେ ଜରୁରୀକାଳୀନ ସେବା ବ୍ୟାହତ ହେବ ନାହିଁ ବୋଲି ଦଳ ତରଫରୁ ସୂଚନା ଦିଆଯାଇଛି।

ସେହିପରି ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ନ୍ୟାୟ ଦାବିରେ ରାଜଧାନୀ ଭୁବନେଶ୍ୱରରେ ବିଜୁ ଜନତା ଦଳ ତରଫରୁ ଆସନ୍ତାକାଲି (ବୁଧବାର) ଲୋକସେବା ଭବନ ଘେରାଉ କରାଯିବ। ଏହି ଘେରାଉ କାର୍ଯ୍ୟକ୍ରମ ସକାଳ ୧୦ଟାରୁ ଆରମ୍ଭ ହେବ ବୋଲି ଜଣାପଡିଛି।

 

Comments are closed.