ଭୁବନେଶ୍ୱର: ବିଏମ୍ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍।
୨୯ନଂ ୱାର୍ଡ କର୍ପୋରେଟର ଅପରୂପ ନାରାୟଣ ରାଉତଙ୍କୁ ଜାମିନ୍। ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚ୍ଚିକାନ୍ତ ସ୍ୱାଇଁ ଓ ସଞ୍ଜୀବ ମିଶ୍ରଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି କୋର୍ଟ। ତେବେ ପୂର୍ବରୁ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ମିଳିସାରିଛି।
ସୂଚନାଯୋଗ୍ୟ, ଗତ ସୋମବାର ଦିନ ବିଏମସି ଅଫିସରେ ୬ ରୁ ୭ ଜଣ ବ୍ୟକ୍ତି ଅନଧିକୃତ ଭାବେ ପଶି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ମାରିଥିଲେ । ଏହି ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଥିଲେ। ଏହି ଘଟଣା ପରେ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିଲା। ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ ଓଏଏସ୍ ଅଧିକାରୀମାନେ କଲମ ଛାଡ଼ ଆନ୍ଦୋଳନ କରିଥିଲେ। ଯାହା ପରେ ଏହି ଆକ୍ରମଣ ଘଟଣାରେ ଗିରଫ ହୋଇଥିଲେ ଅଭିଯୁକ୍ତ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ସମେତ ଅନ୍ୟ ଅଭିଯୁକ୍ତ।
Comments are closed.