Latest Odisha News

BREAKING NEWS

ଆସନ୍ତାକାଲି ସାରା ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ବର:ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ । ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନଜରରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ଆସୋସିଏସନ ସଭାପତି ଶଶାଙ୍କ ଶେଖର ସାହୁ ସୂଚନା ଦେଇଛନ୍ତି ।
ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ସନ୍ଧ୍ୟା ୬ ଯାଏଁ ପେଟ୍ରୋଲ ପମ୍ପ ବନ୍ଦ ରହିବ। ୩ଟି ଡିପୋ ସହ ରାଜ୍ୟରେ ଥିବା ୩ ହଜାରରୁ ଉର୍ଦ୍ଧ୍ବ ପେଟ୍ରୋଲ ପମ୍ପ ବନ୍ଦ ରହିବ ।

ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ବଢିବାରେ ଲାଗିଛି ଉତ୍ତେଜନା। ଆସନ୍ତାକାଲି କଂଗ୍ରେସର ଓଡ଼ିଶା ବନ୍ଦ ଡାକରା। କଂଗ୍ରେସ, ବାମଦଳ ସମେତ ୮ଟି ରାଜନୈତିକ ଦଳ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି ।

ଏପଟେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା। ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିବ ଏଆଇ କ୍ୟାମେରା ଓ ଡ୍ରୋନ୍‌। ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଲେ ପୋଲିସ କମିଶନର।

 

Comments are closed.