Latest Odisha News

BREAKING NEWS

ରାଜ୍ୟ କ୍ୟାବିନେଟ୍‌ରେ ୧୧ବିଭାଗର ୧୩ପ୍ରସ୍ତାବକୁ ମଞ୍ଜୁରୀ; ଛାଡ଼ ହେଲା ଆଦର୍ଶ ବିଦ୍ୟାଳୟର ମାସିକ ହଷ୍ଟେଲ୍ ଫି’

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ରେ ୧୧ଟି ବିଭାଗର ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । କ୍ୟାବିନେଟ୍‌ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ । ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ ନିର୍ମାଣ, ଗଣଶିକ୍ଷା ଆଦି ବିଭାଗରେ ଉନ୍ନୟନମୂଳକ କାର୍ଯ୍ୟ ପାଇଁ କ୍ୟାବିନେଟ୍‌ ବୈଠକରେ ଆଲୋଚନା ହୋଇଥିଲା।

ମଞ୍ଜୁର ହୋଇଥିବା ପ୍ରସ୍ତାବ ମଧ୍ୟରେ ମୟୂରଭଞ୍ଜ ପୋଲିସ ଜିଲ୍ଲାକୁ ବିଭାଜନ କରିଛନ୍ତି। ରାଇରଙ୍ଗପୁର ନୂତନ ପୋଲିସ ଜିଲ୍ଲା ଘୋଷଣା ହୋଇଛି। ରାଇରଂଗପୁର ପୋଲିସ ଜିଲ୍ଲାରେ ରହିବ ୨ଟି ଏସ୍‌ଡିପିଓ। ରାଇରଂଗପୁର ପୋଲିସ ଜିଲ୍ଲାରେ ୧୪ଟି ଥାନା ରହିବ। ଏହା ସହିତ ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ (ERSS) ପାଇଁ ମଞ୍ଜୁରୀ ମିଳିଛି । ଯାହା ଅଧୀନରେ ୪,୧୯୫ଟି ନୂତନ ପୋଷ୍ଟ ସୃଷ୍ଟି ହେବ। ଏହି ସିଷ୍ଟମ ଜରୁରୀ ସେବାକୁ ଅଧିକ ସୁଦୃଢ଼ କରିବ ବୋଲି ଆଶା କରାଯାଉଛି।

ଶିକ୍ଷା କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇି । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମାସିକ ହଷ୍ଟେଲ୍ ଫି’ ୨ ହଜାର ଟଙ୍କା ଛାଡ଼ କରାଯାଇଛି । ଫଳରେ ଛାତ୍ରଛାତ୍ରୀଙ୍କୁ ଆଉ ମାସିକ ଦେୟ ଦେବାକୁ ପଡ଼ିବ ନାହିଁ। ଏଥି ପାଇଁ ସରକାର ୫ ବର୍ଷରେ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।

ସମୃଦ୍ଧ ସହର ଯୋଜନା ପାଇଁ ୪, ୮୭୯.୩୦ କୋଟି ବ୍ୟୟ ଅଟକଳ ରଖାଯାଇଛି । ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନରେ ସମୃଦ୍ଧ ସହର ଯୋଜନା ସହାୟକ ହେବ ।

Comments are closed.