ଭୁବନେଶ୍ୱର: ଆହୁରି ୫ ଦିନ ବର୍ଷିବ। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୮ ଉପକୂଳ ଜିଲ୍ଲାରେ ଶୁଖିଲା ପାଗ ରହିବ। ଆସନ୍ତାକାଲି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
୧୮ ତାରିଖରେ ୧୯ ତାରିଖରେ ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ହୋଇପାରେ। ୨୧ ତାରିଖ ଯାଏ ଅଧିକ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
Comments are closed.