ଭୁବନେଶ୍ବର: ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ୨୮ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଭିଏତନାମରେ ହିଟ କରିଥିବା ବାତ୍ୟା ୱିଫାର ଅଂଶବିଶେଷ ପ୍ରଥମେ ଘୂର୍ଣ୍ଣିବଳୟ କ୍ଷେତ୍ର ଓ ପରେ ଏହାର ପ୍ରଭାବରେ ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଜିଠୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ ।
ଆସନ୍ତା ୨୪ ଘଣ୍ଟା ପାଇଁ ୨୧ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ମୟୂରଭଞ୍ଜ ଓ ବାଲେଶ୍ବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।
ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ୨୪ରୁ ୨୮ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି ।
Comments are closed.