ପୁରୀ: ଆସନ୍ତାକାଲି ଚିତାଲାଗି ଅମାବାସ୍ୟା। ୪ ଘଣ୍ଟା ମହାପ୍ରଭୁଙ୍କର ସାଧାରଣ ଦର୍ଶନ ବନ୍ଦ। ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ। ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ। ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ।
ଚିତାଲାଗି ଅମାବାସ୍ୟା ଓଡ଼ିଶାର ଏକ ଗଣପର୍ବ। ଏହାଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ। ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ସୁଭଦ୍ରାଙ୍କୁ ଚିତାଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ସୁବର୍ଣ୍ଣ ଚିତାଲାଗି କରନ୍ତି।
Comments are closed.