ନୂଆଦିଲ୍ଲୀ:ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର ହୋଇଛି । ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର ହୋଇଛି । ଦିଲ୍ଲୀ ଏମ୍ସରେ ଭର୍ତ୍ତି ଅଛନ୍ତି ପୁରୀ ଜିଲ୍ଲା ବଳଙ୍ଗା ପୀଡ଼ିତା । ତେବେ ପୀଡ଼ିତାଙ୍କ ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର କରାଯାଇଥିବା ନେଇ ଏମ୍ସ ଦିଲ୍ଲୀ ପକ୍ଷରୁ ସୂଚନା ଦିଆଯାଇଛି।
ଏବେ ବି ଅକ୍ସିଜେନ୍ ସପୋର୍ଟରେ ଅଛନ୍ତି ପୀଡ଼ିତା ଓ ଅବସ୍ଥା ଗୁରୁତର ଥିବା ନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି ।ଏଥିସହ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି ।
ସୂଚନାଥାଉକି, ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଥିଲେ।
ଏପଟେ ବଳଙ୍ଗା ନାବାଳିକାଙ୍କୁ ଜାଳିଦେବା ଘଟଣାରେ ଗତ ୫ ଦିନ ଧରି ବଳଙ୍ଗାରେ ତନାଘନା ଚଳାଇଛନ୍ତି କ୍ରାଇମବ୍ରାଞ୍ଚ ଟିମ୍ । ତେବେ ଆଜି ୩ ଜଣଙ୍କୁ ଉଠାଇ ନେଲା ପୋଲିସ ।
ଅନ୍ୟପଟେ, ଗତକାଲି ବିଳମ୍ବିତ ରାତିରେ ନୟାହାଟ ସ୍ଥିତ ବଳଙ୍ଗା ପୀଡ଼ିତାଙ୍କ ମାମୁଘରେ ପହଞ୍ଚି ସଦସ୍ୟଙ୍କୁ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଏହି ଘଟଣାରେ ୨୦ରୁ ଅଧିକ ଲୋକଙ୍କୁ ପଚରାଉଚରା ସରିଲାଣି ।
Comments are closed.