ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବା ସମ୍ଭାବନା ରହିଛି। ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଅତିପ୍ରବଳ ବର୍ଷା ନେଇ ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଏବଂ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ହୋଇଛି। ସେହିପରି ଆଜି ସାରା ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।
ସେହିପରି ବିଜୁଳି, ଘଡଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ଭୀଷଣ ବର୍ଷା ପାଇଁ ଦୁଇ ଜିଲ୍ଲା ମୟୂରଭଞ୍ଜ ଏବଂ କେନ୍ଦୁଝରକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ବିଜୁଳି, ଘଡଘଡି ସହ ଅତିପ୍ରବଳ ବର୍ଷା ପାଇଁ ୮ ଜିଳ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ୨୮ ତାରିଖ ପରଠୁ କମିବ ବର୍ଷା ପରିମାଣ ।
Comments are closed.