Latest Odisha News

BREAKING NEWS

ଆଗାମୀ ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ନେବ ଅବପାତ ରୂପ: ୨୮ ତାରିଖ ଯାଏ ପ୍ରବଳ ବର୍ଷା, ରେଡ ଆଲର୍ଟ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି । ଆସନ୍ତା ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେବ। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି।

ଧୀରେ ଧୀରେ ରାଜ୍ୟର ଅନେକ ସ୍ଥାନରେ ବର୍ଷାର ପ୍ରଭାବ ବଢ଼ିବ। ଏନେଇ ସତର୍କ କରାଇଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତରୁ ଅତି ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।

ଆଜି ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ଓ ସ୍ଥାନେ ସ୍ଥାନେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୯ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Comments are closed.