ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଓଡ଼ିଶାର ୩ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି।
ଆଗାମୀ ୩ ଘଣ୍ଟା ମଧ୍ୟରେ କଟକ, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧାର କିଛି ସ୍ଥାନରେ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ମଧ୍ୟମ ଧରଣର ଝଡ଼ବର୍ଷା/ବଜ୍ରପାତ ହୋଇପାରେ।
ପାଣିପାଗ ସଂସ୍ଥା ସୋମବାର (୨୮ ଜୁଲାଇ) ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା/ବଜ୍ରପାତ ହେବା ନେଇ ସତର୍କତା ଜାରି କରିଛି। ସେହିପରି ମଙ୍ଗଳବାର (୨୯ ଜୁଲାଇ) ଦିନ କେନ୍ଦୁଝର, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହିତ ଝଡ଼ବର୍ଷା/ବଜ୍ରପାତ ଏବଂ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଅପରପକ୍ଷରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ ଏବଂ ଢେଙ୍କାନାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା/ବଜ୍ରପାତ ନେଇ ସତର୍କ ସୂଚନା ଦିଆଯାଇଛି।
Comments are closed.