Latest Odisha News

BREAKING NEWS

କାଲି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଆସନ୍ତାକାଲି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଖସାପଡ଼ା ନୀତି ଶେଷ ହେବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ। ପରମ୍ପରା ଅନୁଯାୟୀ ଏହା ପରେ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ।

ତେବେ ଶ୍ରୀମନ୍ଦିରର ବିଭିନ୍ନ ପରମ୍ପରା ମଧ୍ୟରୁ ଶ୍ରୀଜିଉଙ୍କ ଖସାପଡା ନୀତି ଅନ୍ୟତମ। ଏହା ଏକ ଗୁପ୍ତ ନୀତି ହେଇଥିବାରୁ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ ଶ୍ରଦ୍ଧାଳୁ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଶ୍ରୀପୟର ସୁରକ୍ଷା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ।

 

Comments are closed.