Latest Odisha News

BREAKING NEWS

ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ଜୁଲାଇ ମାସ ୧୯ ରୁ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଷୀ ପଞ୍ଜୀକରଣ ଲାଗି ସମୟସୀମା ଧାର୍ଯ୍ୟ କରାଯାଇଛି । ତେବେ ପଞ୍ଜୀକରଣରେ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଅନେକ ସମୟରେ ସର୍ଭର ଡାଉନ କାରଣରୁ ପଞ୍ଜୀକରଣ ହୋଇପାରୁନାହିଁ । ଏହାର ସମୟ ସୀମାକୁ ବୃଦ୍ଧି କରିବାକୁ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ ।

ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି ଯେ, ଯେଉଁ ଚାଷୀମାନଙ୍କର ରେକର୍ଡ ବାପା, ଜେଜବାପାଙ୍କ ନାମରେ ଥିବ ସେମାନେ ଏଣିକି ଅଣ୍ଡରଟେକିଙ୍ଗ ଫର୍ମ ଦାଖଲ କରି ପଞ୍ଜୀକରଣ କରିପାରିବେ । ସରକାର ଚାଷୀଙ୍କ ହିତ ପାଇଁ କାମ କରୁଛନ୍ତି । ଏ ସରକାରରେ ଚାଷୀଙ୍କର କୌଣସି ଅସୁବିଧା କରାଯିବ ନାହିଁ । ଯେଉଁମାନେ ରାଜନୈତିକ ଫାଇଦା ଉଠାଇବାକୁ ଚେଷ୍ଟା କରୁଥିବେ ସେମାନେ ନିରାଶ ହେବେ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।

୨୦୨୫-୨୬ ଖରିଫ ଋତୁ ପାଇଁ ଧାନ କ୍ରୟ ଚଳିତବର୍ଷ ନଭେମ୍ବର ୧ରୁ ଆରମ୍ଭ ହୋଇ ଆଗାମୀ ବର୍ଷ ମାର୍ଚ୍ଚ ୩୧ରେ ସମାପ୍ତ ହେବ l କେବଳ ପଞ୍ଜୀକୃତ ଚାଷୀଙ୍କ ଠାରୁ ସରକାର ଧାନ ସଂଗ୍ରହ କରିବେ l ଏଥିପାଇଁ ଚାଷୀମାନଙ୍କୁ ଆଗୁଆ ପଞ୍ଜୀକରଣ କରିବାକୁ ବ୍ୟବସ୍ଥା କରିଥିଲେ ସରକାର । ଇ-କେୱାଇସି, ଡକ୍ୟୁମେଣ୍ଟ୍‌ ଅପ୍‌ଲୋଡ୍ ବ୍ୟବସ୍ଥାରେ ଧିମା ନେଟ୍‌ୱର୍କ ବାଧକ ହେଉଥିବାରୁ ଆନ୍ଦୋଳନ ପାଇଁ କୃଷକ ସଙ୍ଗଠନ ଚେତାବନୀ ଦେଇଛି ।

Comments are closed.