Latest Odisha News

BREAKING NEWS

ଆହୁରି ୨ ଦିନ ଯାଏଁ ପ୍ରବଳ ବର୍ଷା; ଏସଆରସିଙ୍କ ଆଡଭାଇଜରି ଜାରି…

ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା, ବଜ୍ରପାତ ଏବଂ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୋମବାର ଦିନ କହିଛି।

ଜୁଲାଇ ୩୦ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ଆଇଏମଡି ଏକ ହଳଦିଆ ସତର୍କତା ଜାରି କରିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ।

ଜୁଲାଇ ୨୯-୩୦ରେ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ବର୍ଷା ହୋଇପାରେ। ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୩୦-୪୦ କିଲୋମିଟର ରହିପାରେ।

ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବଜ୍ରପାତ ହୋଇପାରେ।

ପାଣିପାଗ ପୂର୍ବାନୁମାନକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆରସି) ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି। ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରଶାସନିକ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖିବାକୁ କହିଛନ୍ତି।

 

Comments are closed.