Latest Odisha News

BREAKING NEWS

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଆବେଦନକୁ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର: ପୁଣି ବଢିଲା ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅଡୁଆ । ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ । ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ । CBI ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ବିଷ୍ଣୁପଦ ସେଠୀ ।

ତେବେ ଗତ ୧୫ ତାରିଖରେ କେସ ଡାଏରୀ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ ଏବଂ ଶୁକ୍ରବାର ମାମଲାର ଚୂଡାନ୍ତ ଶୁଣାଣି କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ଅନ୍ତରୀଣ ନିର୍ଦ୍ଦେଶ ବଳବତ୍ତର ରଖିଲେ ହାଇକୋର୍ଟ । ତେବେ ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠରେ ବିଷ୍ଣୁପଦ ‌ସେଠୀଙ୍କ ଆବେଦନର ଚୂଡାନ୍ତ ଶୁଣାଣି ହୋଇଥିଲା ।

ତେବେ ଆଗୁଆ ଜାମିନ ନମିଳିବାରୁ ଆଗକୁ ବିଷ୍ଣୁପଦ ‌ସେଠୀ ଅଡୁଆରେ ପଡି ପାରନ୍ତି ବୋଲି ସୂଚନା ରହିଛି ।

ସୂଚନାଯୋଗ୍ୟ, ଓଡିଶା ବ୍ରିଜ ଏଣ୍ଡ ରୁଫ କର୍ପୋରେସନ ଲାଞ୍ଚ ମାମଲାରେ ଫସିଛନ୍ତି ବିଷ୍ଣୁପଦ ସେଠୀ । ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ଅଭିଯୋଗରେ ବିଷ୍ଣୁପଦଙ୍କ ଘରେ ଚଢ଼ାଉ କରିଥିଲା ସିବିଆଇ । ସିବିଆଇ ଚଢ଼ାଉକୁ ବିରୋଧ କରି ପ୍ରଥମେ ହାଇକୋର୍ଟ ଆସିଥିଲେ ବିଷ୍ଣୁପଦ । ଗତ ମାସ ୨୦ ତାରିଖରେ ହାଇକୋର୍ଟ ବିଷ୍ଣୁପଦଙ୍କ ଆବେଦନକୁ ଖାରଜ କରିଥିଲେ । ସମ୍ଭାବ୍ୟ ଗିରଫଦାରୀକୁ ଏଡାଇବା ଲାଗି ସେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ । ଯାହା ଆଜି ଖାରଜ ହୋଇଯାଇଛି ।

 

Comments are closed.