ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ଘଡଘଡି ସମ୍ଭାବନା। ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାର ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା।
ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କେନ୍ଦୁଝର, ମୟୂରଭଞ୍ଜ ଏବଂ ଭଦ୍ରକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ ଓ ଦେବଗଡ଼ ଜିଲାକୁ ୟେଲୋ ୱାର୍ଣ୍ଣିଂ ରହିଛି।
ବଜ୍ରପାତ ପାଇଁ ସତର୍କ ରହିବାକୁ କଟକ, ଜଗତ୍ସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅଗଷ୍ଟ ୧ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ସତର୍କ କରାଯାଇଛି।
Comments are closed.