ଭୁବନେଶ୍ବର: ରାଜ୍ୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ତେବେ ସ୍ପେଶାଲ୍ OTET ନେଇ ଆସିଗଲା ନୂଆ ତାରିଖ । ଅଗଷ୍ଟ ୩୧ ତାରିଖରେ ହେବ ସ୍ପେଶାଲ୍ OTET ପରୀକ୍ଷା । ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆଜି ସୂଚନା ଦିଆଯାଇଛି ।
ସ୍ପେଶାଲ OTET ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ସକାଳ ୯ଟାରୁ ସାଢେ ୧୧ଟା ଯାଏ ପେପର୍-୧ ପରୀକ୍ଷା ହେବ। ଦିନ ୨ଟାରୁ ସାଢେ ୪ଟା ଯାଏଁ ପେପର୍-୨ ପରୀକ୍ଷା ହେବ ।
ଅଗଷ୍ଟ ୨୨ରୁ ୱେବ୍ସାଇଟ୍ରେ ଉପଲବ୍ଧ ହେବ ଆଡ୍ମିଟ୍ କାର୍ଡ ।
ସୂଚନାଥାଉକି, ଜୁଲାଇ ୨୦ରେ ହେବାକୁ ଥିବା ସ୍ବତନ୍ତ୍ର OTET ପରୀକ୍ଷା ବାତିଲ୍ ହୋଇଥିଲା । ତେବେ ପ୍ରଶ୍ନପତ୍ର ଲିକ୍ କାରଣରୁ ସ୍ବତନ୍ତ୍ର OTET ପରୀକ୍ଷା ସ୍ଥଗିତ ହୋଇଥିଲା । ପରୀକ୍ଷା ଆଗରୁ ବିଭିନ୍ନ ସୋସିଆଲ୍ ମିଡିଆରେ ହାତ ଲେଖା ପ୍ରଶ୍ନ ବୁଲିଥିଲା ।
Comments are closed.