ଭୁବନେଶ୍ବର:ଏଣିକି ଯେଉଁ ଛାତ୍ରଛାତ୍ରୀ ଆମିଷ ଖାଉନଥିବେ ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ମିଡ୍ ଡେ ମିଲରେ ମିଳିବ ଫଳ । ପିଏମ୍ ପୋଷଣ ସ୍କିମ୍ରେ ସ୍କୁଲ୍ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଏ ନେଇ ପିଏମ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ଜିଲା ଶିକ୍ଷା ଅଧିକାରୀ(DEO)ମାନଙ୍କୁ ଚିଠି ଲେଖି ନିର୍ଦେଶ ଜାରି କରିଛନ୍ତି।
ରାଜ୍ୟ ଶିକ୍ଷା ବିଭାଗର ନିଷତ୍ତି, ଯେଉଁ ସ୍କୁଲ ପିଲା ଆମିଷ ଖାଉନଥିବେ ସେମାନଙ୍କୁ ମିଳିବ ଫଳ । ଶିଶୁ ବାଟିକାରୁ ଦଶମ ଶ୍ରେଣୀ ଯାଏଁ ପିଲାଙ୍କୁ ମିଡ୍ ଡେ ମିଲରେ ଅଣ୍ଡା ବଦଳରେ ସେମାନଙ୍କୁ ଅଣ୍ଡା ମୂଲ୍ୟର ଫଳ ଦିଆଯିବ ।
କିଛି ପିଲା ଆମିଷ ଖାଉନଥିବାରୁ ସେମାନଙ୍କ ପାଇଁ ନୂଆ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।
Comments are closed.