ଭୁବନେଶ୍ବର: ଆଜି ବଳଙ୍ଗା ପୀଡ଼ିତା ଜଣଙ୍କ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଅନ୍ୟପଟେ ବଳଙ୍ଗା ଘଟଣାରେ ଓଡ଼ିଶା ପୋଲିସ ପକ୍ଷରୁ ସୋସିଆଲ ମିଡିଆ ଏକ୍ସରେ ଚକିତ କଲାଭଳି ସୂଚନା ପ୍ରଦାନ କରାଯାଇଛି। ପୋଲିସ କହିଛି ଯେ, ବଳଙ୍ଗା ଘଟଣାରେ ପୀଡିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ । ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି।
ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ,ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ।
ବଳଙ୍ଗା ଘଟଣାରେ ପୀଡିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ । ଏହି ଘଟଣାରେ ପୋଲିସ ପକ୍ଷରୁ ତଦନ୍ତ ନିଷ୍ଠାର ସହ କରାଯାଇଛି। ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ…
— Odisha Police (@odisha_police) August 2, 2025
ସୂଚନାଥାଉକି, ପୁରୀ ଜିଲ୍ଲାର ବଳଙ୍ଗା ଥାନା ବାଇଆବରର ଗାଁର ୧୬ ବର୍ଷୀୟା ଝିଅ, ଜୁଲାଇ ୧୯ ତାରିଖରେ ତାଙ୍କୁ ଦିବାଲୋକରେ ଅତି ନିର୍ମମ ଭାବରେ ୩ ଦୁର୍ବୃତ୍ତ ପୋଡିଦେଇଥିଲେ । ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା। ନାବାଳିକାର ଶରୀର ୭୫ ପ୍ରତିଶତ ପୋଡ଼ି ଯାଇଥିବାରୁ ତାଙ୍କୁ ଜୁଲାଇ ୨୨ ତାରିଖ ଦିନ ଏମ୍ସ ଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଥିଲା।
Comments are closed.