Latest Odisha News

BREAKING NEWS

ଆସୁଛି ଆଉ ଏକ ଲଘୁଚାପ: ୧୭ ଯାଏଁ ବର୍ଷିବ!, ଆଜି ପାଇଁ ଏହି ସବୁ ଜିଲ୍ଲାକୁ ସତର୍କତା ଜାରି…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ମୌସୁମୀ ଜନିତ ବର୍ଷା । ତେବେ ଆଉ ଏକ ଲଘୁଚାପ ଆସୁଥିବା ସୂଚନା ରହିଛି । ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର କିମ୍ବା ଏହାର କିଛି ଦକ୍ଷିଣରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହାର ୨୪ ରୁ ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ ।

ଫଳରେ ୧୭ ତାରିଖ ଯାଏଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ସମୟ ମଧ୍ୟରେ ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ।

ତେବେ ଆଜି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହାସହ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ଗୁଡିକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଆସନ୍ତାକାଲି ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷାହୋଇପାରେ । ଏଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ସତର୍କ କରାଯାଇଛି ।

ଅନ୍ୟପଟେ, ଗତକାଲି ବାରିପଦାରେ ସର୍ବାଧିକ ବର୍ଷା ହୋଇଥିବାବେଳେ, ୨୭.୭ ମିଲିମିଟର ରେକର୍ଡ ହୋଇଛି । ସେହିପରି ଦାରିଙ୍ଗିବାଡ଼ିରେ ୧୯ ମିମି, ବରଗଡ଼ରେ ୧୦.୨ ମିମି, ଦେବଗଡ଼ରେ ୨.୪ ମିମି ଏବଂ ସମ୍ବଲପୁରରେ ୦.୭ ମିମି ବର୍ଷା ହୋଇଥିବା ସୂଚନା ରହିଛି ।

Comments are closed.