ଭୁବନେଶ୍ୱର: ଆସନ୍ତା ସୋମବାର ଅର୍ଥାତ୍ ଅଗଷ୍ଟ ୧୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ଭୁବନେଶ୍ୱର ସ୍ଥିତ ଅଶୋକ ନଗର ୟୁନିଟ-୨ରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଦିନ ୧୧ ଟାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ।
ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଆସନ୍ତା କାଲି ଅଗଷ୍ଟ ୬ ତାରିଖ ଦିନ ୧୧ଟାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।
ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତ ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।
Comments are closed.