ଭୁବନେଶ୍ବର: ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ମର୍ଦ୍ଦରାଜଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ହୃଦୟ ଜିନିତ ରୋଗରେ ପୀଡ଼ିତ ହୋଇ କିଛିଦିନ ହେବ ଅସୁସ୍ଥ ଥିଲେ। । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳେକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ସେ ପୂର୍ବତନ ମନ୍ତ୍ରୀ ଭାବେ ରାଜ୍ୟ ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।
ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ଖଣ୍ଡପଡ଼ା ଗଡ଼ର ରାଜା ଥିଲେ । ବିଭୂତି ଭୂଷଣ ଖଣ୍ଡପଡ଼ା ଆସନରୁ ତିନି ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଏବଂ ବିଧାନସଭାରେ ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ବ ତୁଲାଇଥିଲେ।
୧୯୮୦, ୧୯୮୫ ଏବଂ ୧୯୯୫ ମସିହାରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । କଂଗ୍ରେସ ଦଳ ସହ ଦୀର୍ଘ ବର୍ଷ ଧରି ଜଡ଼ିତ ଥିଲେ ।
Comments are closed.