ଭୁବନେଶ୍ୱର: ରାଜ୍ୟରେ ୧୨ ରୁ ବଢିବ ବର୍ଷା। ଆଜି ଦୁଇଟି ଜିଲ୍ଲା ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା। ଆଜି ୩୦ ଜିଲ୍ଲାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପଟେ ଅଗଷ୍ଟ ୧୩ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟାନୁଯାୟୀ, ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ଗଜପତି, ମାଲକାନଗିରି, ରାୟଗଡା ସହିତ କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଏବଂ ମୟୂରଭଞ୍ଜ ଜିଲାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ଗଜପତି ଏବଂ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାକୁ ବଜ୍ରପାତ ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ରହିବାକୁ ସମ୍ପୃକ୍ତ ଜିଲ୍ଲାର ଜିଲାପାଳଙ୍କୁ ଏସ୍ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।
Comments are closed.